
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୮୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ କଟକରୁ ୨୫, ବରଗଡରୁ ୯, ମୟୂରଭଞ୍ଜରୁ ୯, ସୁନ୍ଦରଗଡରୁ ୯, ଯାଜପୁରରୁ ୫, ଝାରସୁଗୁଡାରୁ ୫, ଖୋର୍ଦ୍ଧାରୁ ୫, ଅନୁଗୁଳରୁ ୪, ସମ୍ବଲପୁରରୁ ୪, ଗଞ୍ଜାମରୁ ୩, କଳାହାଣ୍ଡିରୁ ୩, ପୁରିଏଉ ୩, ଦେବଗଡରୁ ୨, ବାଲେଶ୍ବରୁ ୧, ନୂଆପଡାରୁ ୧, ଏବଂ ଷ୍ଟେଟ ପୁଲରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୫୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୯ ହଜାର ୯୦୪ କୁ ବୃଦ୍ଧି ହୋଇଛି। ତେବେ ୧୩୬୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୧୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।