ନାଚୁଣୀ ନିକଟରେ ବାଇକ୍ ଦୁର୍ଘଟଣା: ଘଟଣାସ୍ଥଳରେ ବାଣପୁରର ଜଣେ ଯୁବକ ମୃତ, ଜଣେ ଗୁରୁତର

Published: Mar 29, 2021, 6:18 pm IST

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଆଜି ଖୋର୍ଦ୍ଧା ଜିଲ୍ଲା ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘାଟିଯାଇଛି। ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଆଉ ଜଣେ ଯୁବକ ଗୁରୁତର ହୋଇଛନ୍ତି।

ସୂଚନା ମୁତାବକ, ବାଣପୁର ଥାନା ଅଞ୍ଚଳର ଦୁଇ ଜଣ ଯୁବକ ବାଇକ୍ ଯୋଗେ ଟାଙ୍ଗୀରୁ ନାଚୁଣୀ ଅଭିମୁଖେ ଯାଉଥିଲେ। ୧୬ ନମ୍ବର ଜାତୀୟ ରାଜପଥର କୟଥ ପଲ୍ଲା ଛକ ନିକଟରେ ବାଇକଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ଖବର ପାଇ ଗଙ୍ଗାଧରପୁର ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚିଥିଲା। ଅଗ୍ନିଶମ ବିଭାଗ ଏବଂ କୁହୁଡି ଫାଣ୍ଡିର ପୋଲିସ କର୍ମଚାରୀମାନଙ୍କ ଦ୍ଵାରା ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇଥିଲା।

ହେଲେ ସେମାନଙ୍କ ମଧ୍ୟରୁ ଜଣେ ମୃତ୍ୟୁବରଣ କରିଥିବା ବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ଉଦ୍ଧାର ହୋଇଛନ୍ତି। ମୃତକ ଯୁବକ ଜଣଙ୍କ ମୋରାମୋରୀ ପଞ୍ଚାୟତ ଅନ୍ତର୍ଗତ କନ୍ଧ ଆମ୍ବଝର ଗ୍ରାମର ସର୍ବେଶ୍ଵର ମଲ୍ଲ(୩୦) ବୋଲି ଜଣା ପଡିଛି। ଗୁରୁତରଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ବର ପଠାଯାଇଥିବା ଅଗ୍ନିଶମ ବିଭାଗ ଅଧିକାରୀ ମନୋଜ କୁମାର ସାହୁ ସୂଚନା ଦେଇଛନ୍ତି। ଏହାସହିତ କୁହୁଡି ଫାଣ୍ଡି ଅଧିକାରୀ ନିରଞ୍ଜନ ରାଉତ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛନ୍ତି।

Related posts