
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧୧୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ କଟକରୁ ୨୬, ସୁନ୍ଦରଗଡରୁ ୧୬, ଖୋର୍ଦ୍ଧାରୁ ୧୪, ସମ୍ବଲପୁରରୁ ୧୦, ମୟୂରଭଞ୍ଜରୁ ୮, ନୂଆପଡାରୁ ୬, ଗଞ୍ଜାମରୁ ୫, ବାଲେଶ୍ବରୁ ୪, କୋରାପୁଟରୁ ୪, ଭଦ୍ରକରୁ ୩, ଜଗତସିଂହପୁରରୁ ୩, ଯାଜପୁରରୁ ୩, ପୁରୀରୁ ୩, ବଲାଙ୍ଗୀରିରୁ ୨, ଝାରସୁଗୁଡାରୁ ୨, କେନ୍ଦ୍ରାପଡ଼ାରୁ ୨, ଅନୁଗୁଳରୁ ୧, ବରଗଡରୁ ୧, କଳାହାଣ୍ଡିରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟ ପୁଲରୁ ୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୬ ହଜାର ୮୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୪୦୨ କୁ ବୃଦ୍ଧି ହୋଇଛି। ତେବେ ୧୬୧୯ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।