Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚଳିତ ବର୍ଷ ବିନା ଭକ୍ତରେ ଅନୁଷ୍ଠିତ ହେବ ଓଡିଶା ପ୍ରସିଦ୍ଧ ବାଣପୁର ପଞ୍ଚଦୋଳ ଯାତ୍ରା
ଆଜିର ଖବର

ଚଳିତ ବର୍ଷ ବିନା ଭକ୍ତରେ ଅନୁଷ୍ଠିତ ହେବ ଓଡିଶା ପ୍ରସିଦ୍ଧ ବାଣପୁର ପଞ୍ଚଦୋଳ ଯାତ୍ରା

March 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଓଡିଶା ପ୍ରସିଦ୍ଧ ପଞ୍ଚଦୋଳ ଉତ୍ସବ ନିମନ୍ତେ ଏକ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁରର ସ୍ଥାନୀୟ ଛାୟା ମଣ୍ଡପ ଠାରେ ଏହି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକର ଅଧ୍ୟକ୍ଷତା କରିଥିଲେ ବାଣପୁର ତହସିଲଦାର ମନ୍ମଥ ବେହେରା।

ଚଳିତ ବର୍ଷ ପଞ୍ଚଦୋଳ ଉତ୍ସବ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରିରୁ ଆରମ୍ଭ ହୋଇ ଏପ୍ରିଲ ୩ ତାରିଖ ଅପରାହ୍ନରେ ଶେଷ ହେବ। କରୋନା କଟକଣାକୁ ଦୃଷ୍ଟିରେ ରଖି କିପରି ଉକ୍ତ ଉତ୍ସବ ପାଳନ କରାଯିବ ଏ ନେଇ ପଞ୍ଚୁଦୋଳ କମିଟି ସଭ୍ୟ ଏବଂ ସାମ୍ବାଦିକମାନଙ୍କ ମତାମତ ଲୋଡ଼ିଥିଲେ ତହସିଲଦାର। ତତସହିତ ପଞ୍ଚଦୋଳ ଉତ୍ସବ ସମୟରେ କରୋନା କଟକଣା ଲାଗୁ କରିବା ନେଇ ତହସିଲଦାର ଏବଂ ବାଲୁଗାଁ ଏସଡ଼ିପିଓ ମତାମତ ଲୋଡ଼ିଥିଲେ।

ତେବେ ସର୍ବସମ୍ମତି କ୍ରମେ ସରକାରଙ୍କ କୋଭିଡ କଟକଣା ଅନୁଯାୟୀ ଚଳିତ ବର୍ଷ ପଞ୍ଚଦୋଳ ପାଳନ କରିବା ପାଇଁ ନିଷ୍ପତି ହୋଇଛି। କେବଳ ଠାକୁରଙ୍କ ରୀତିନୀତି ହେବା ପାଇଁ ସ୍ଥିର ହୋଇଛି।

କ’ଣ ରହିଛି କଟକଣା?: 

୧- ପ୍ରତ୍ୟେକ ଦୋଳ/ବିମାନ ବାହାନକୁ ଧରି ସୀମିତ ସେବାୟତଙ୍କୁ ନେଇ(କମିଟି ଦ୍ୱାରା ନିର୍ଦ୍ଧାରିତ) ପଡିଆକୁ ଆସିବେ।

୨- ବିମାନଯାତ୍ରା ସହ କୌଣସି ଆତସ ବାଜି, ପଟୁଆର, ରୋଷଣୀ, ଡ଼ିଜେ ଓ ଜେନେରେଟର ଆଣିବାକୁ ବାରଣ କରାଯାଇଛି।

୩- କେବଳ ସୀମିତ ସଂଖ୍ୟାରେ (କମିଟି ଦ୍ୱାରା ନିର୍ଦ୍ଧାରିତ) ଘଣ୍ଟ, କାହାଳି, ଦିହୁଡି, ପୂଜକ ସେବକ ପଡିଆକୁ ଆସିବେ।

୪- ଯାତ୍ରା ଦିନ ପଡିଆର ସମସ୍ତ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିବ।

୫- ମିନାବଜାର, ଉଠା ଦୋକାନ ଆଦିକୁ ମନା।

୬- ସମସ୍ତଙ୍କୁ ମାସ୍କ, ସାନିଟାଇଜର ବ୍ୟବହାର କରିବା ସହ ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ବାଧ୍ୟତାମୂଳକ କରାଯାଇଛି।

୭- କୋଭିଡ ଲକ୍ଷଣ ଥିବା ସେବାୟତ ପଡିଆକୁ ଆସିପାରିବେ ନାହିଁ।

୮- ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଦ୍ୱାରା ସମସ୍ତଙ୍କ ସ୍କ୍ରିନିଂ ବ୍ୟବସ୍ଥା ବାଧ୍ୟତାମୂଳକ କରାଯାଇଛି।

୯- ସାଧାରଣ ଲୋକଙ୍କୁ ପଡିଆ ମଧ୍ୟକୁ ଯିବା ଅନୁମତି ନାହିଁ।

ଆସନ୍ତାକାଲି ସମ୍ପୂର୍ଣ୍ଣ କଟକଣା ବିବରଣୀ ପଞ୍ଚଦୋଳ କମିଟି ଦ୍ୱାରା ପ୍ରକାଶ କରାଯିବ ବୋଲି ସୂଚନା ମିଳିଛି। ସରକାରଙ୍କ ଦ୍ୱାରା ଯଦି କିଛି ନୂତନ ଗାଇଡଲାଇନ ଜାରି ହୁଏ, ତେବେ ସେହି ଗାଇଡଲାଇନ ଆଧାରରେ ଉକ୍ତ ନିୟମର ପରିବର୍ତ୍ତନ କରାଯିବ ବୋଲି କମିଟି ପ୍ରକାଶ କରିଛି।

 

ଉକ୍ତ ବୈଠକରେ ତହସିଲଦାରଙ୍କ ସମେତ ବାଲୁଗାଁ ଏସଡ଼ିପିଓ ମାନସ ରଞ୍ଜନ ବାରିକ, ବାଣପୁର ଆଇଆଇସି ସଞ୍ଜୟ କୁମାର ପଟ୍ଟନାୟକ, ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି, ବାଣପୁର ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସ, ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ା. ଧୂର୍ଜଟି ପ୍ରସାଦ ମହାପାତ୍ର, ପଞ୍ଚଦୋଳ କମିଟି ଉପସଭାପତି ପ୍ରଫେସର ନଳିନୀକାନ୍ତ ପଟ୍ଟନାୟକ, ବୀରଭଦ୍ର କାଣ୍ଡି, କମିଟି ସମ୍ପାଦକ ମାଧବ ଚନ୍ଦ୍ର ବାରିକ, କୋଷାଧକ୍ଷ ନବ ପ୍ରଧାନ, ସୁବ୍ରତ ଜେନା, ସହ ସମ୍ପାଦକ ମହେଶ୍ୱର ଜେନା, ଶେଖ୍ ମୋଇନିଉଲ୍ ହକ୍, ବାଣପୁର ଏବିଡ଼ିଓ ସୀମାଦ୍ରୀ ପାତ୍ର, ସାଂସଦ ପ୍ରତିନିଧି ମାନସ ପ୍ରଧାନ, ବିଧାୟକ ପ୍ରତିନିଧି ଗୋପୀନାଥ ମହାରଣା, ବିଦ୍ୟୁତ ବିଭାଗ କନିଷ୍ଠ ଯନ୍ତ୍ରୀ ଅନିଲ କୁମାର ରାଜ, କେଦାରେଶ୍ୱର ନନ୍ଦ, ଅବସର ପ୍ରାପ୍ତ ଶିକ୍ଷକ ବାଳମୁକୁନ୍ଦ ଦାସଙ୍କ ସମେତ ବହୁ ମାନଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

ଓଡିଶା ପ୍ରସିଦ୍ଧ କରୋନା କଟକଣା ବାଣପୁର ବାଣପୁର ତହସିଲଦାର ମନ୍ମଥ ବେହେରା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026

ଦିଘାସ୍ଥିତ ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ସାଂସଦ

June 10, 2026

ଆପାଚି ହେଲିକପ୍ଟର ଘଟଣା ପରେ ଇରାନ ଉପରେ ଆମେରିକାର ପ୍ରତିଆକ୍ରମଣ

June 10, 2026
Latest News

ଭାରତରେ କେଉଁଠାରେ ଏବଂ କିପରି ଲାଇଭ୍ ଦେଖିବେ FIFA ବିଶ୍ୱକପ୍?: ଜାଣନ୍ତୁ ସମ୍ପୂର୍ଣ୍ଣ ବିବରଣୀ 

June 10, 2026

ଆଜି ଦିଲ୍ଲୀରେ ଏନଡିଏ ବୈଠକ: ଯୋଗଦେବେ ମେଣ୍ଟ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

June 10, 2026

କଣ୍ଟେନର ଧକ୍କାରେ ୨ ମୃତ

June 10, 2026

ଦିଘାସ୍ଥିତ ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୁରୀ ସାଂସଦ

June 10, 2026

ଆପାଚି ହେଲିକପ୍ଟର ଘଟଣା ପରେ ଇରାନ ଉପରେ ଆମେରିକାର ପ୍ରତିଆକ୍ରମଣ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.