
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୩ ହଜାର ୪୮୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩୫୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୧ ଲକ୍ଷ ୪୯ ହଜାର ୩୩୫ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୨ ହଜାର ୪୬୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୪ ଲକ୍ଷ ୩୪ ହଜାର ୩୦୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୫୨ ହଜାର ୫୬୬ ଆକ୍ଟିଭ୍ କେସ୍ ରହିଛି।