Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକ ବର୍ଷରେ ସମ୍ ଅଲ୍‌ଟିମେଟ୍ ମେଡିକେୟାର ଏକ ନମ୍ବର: ‌ଟାଇମ୍ସ ହେଲ୍‌ଥ ଆଇକନ୍ ଆୱାର୍ଡରେ ସମ୍ମାନିତ
ଆଜିର ଖବର

ଏକ ବର୍ଷରେ ସମ୍ ଅଲ୍‌ଟିମେଟ୍ ମେଡିକେୟାର ଏକ ନମ୍ବର: ‌ଟାଇମ୍ସ ହେଲ୍‌ଥ ଆଇକନ୍ ଆୱାର୍ଡରେ ସମ୍ମାନିତ

March 31, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମାତ୍ର ଏକ ବର୍ଷ ମଧ୍ୟରେ ପୁଣି ଏକ ସଫଳତା ସାଉଁଟିଛି ସମ୍ ଅଲ୍ଟିମେଟ ମେଡିକେୟାର। ଏକ ନମ୍ବର ମଲ୍ଟି ସ୍ପେଶାଲଟି ହସ୍ପିଟାଲ୍‌ର ମାନ୍ୟତା ହାସଲ କରିଛି ସମ୍ ଅଲ୍ଟିମେଟ୍ ମେଡିକେୟାର। ଟାଇମ୍ସ ଗ୍ରୁପ୍‌ ଦ୍ୱାରା ଆୟୋଜିତ ଟାଇମ୍ସ ହେଲ୍‌ଥ ଆଇକନ୍ ଆୱାର୍ଡ କାର୍ଯ୍ୟକ୍ରମରେ ଦ ୱାନ୍ ଷ୍ଟପ୍‌, ନେକ୍ସ୍‌ଟ ଜେନେରେସନ୍ ମଲ୍ଟି ସ୍ପେଶାଲଟି କ୍ୱାର୍ଟରନାରୀ କେୟାର ହସ୍ପିଟାଲ୍ ସମ୍ ଅଲ୍‌ଟିମେଟ୍ ମେଡିକେୟାର (ସମ୍ମମ୍‌)କୁ ମିଳିଛି ଏହି ସମ୍ମାନ।

ଟାଇମ୍ସ ହେଲ୍‌ଥ ଆଇକନ୍ ଆୱାଡ କାର୍ଯ୍ୟକ୍ରମରେ ଇମର୍ଜିଂ କାଟେଗୋରୀରେ ପୂର୍ବ ଭାରତର ଏକ ନମ୍ବର ମଲ୍ଟି ସ୍ପେଶାଲଟି ହସ୍ପିଟାଲ୍ ଭାବେ ରୋଗୀ ସେବା ଏବଂ ସୁରକ୍ଷା କ୍ଷେତ୍ରରେ ଉତ୍କୃଷ୍ଟ ଧରଣର କାର୍ଯ୍ୟକରି ଏହି ଯୋଗ୍ୟତା ହାସଲ କରିଛି ସମ୍ମମ୍। ସମ୍ ଅଲ୍ଟିମେଟ ମେଡିକେୟାରର କାର୍ଡିଓଲୋଜି, ନ୍ୟୁରୋଲୋଜି, ନେଫ୍ରୋଲୋଜି, ଅଙ୍କୋଲୋଜି, ଗ୍ୟାଷ୍ଟ୍ରୋଏନ୍‌ଟେରୋଲୋଜି, ଗାଏନାକୋଲୋଜି ଆଣ୍ଡ ଅବ୍‌ଷ୍ଟ୍ରେଟିକ୍ସ, ୟୁରୋଲୋଜି, ଏର୍ମଜେନ୍ସି ଆଣ୍ଡ ଟ୍ରମା ଏବଂ ପେଡିଆଟ୍ରିକ୍‌ସ ଭଳି ବିଭାଗଗୁଡ଼ିକ ଏମର୍ଜିଂ କାଟେଗୋରୀରେ ଟାଇମ୍ସ ହେଲ୍‌ଥ ଆଇକନ୍ ଆୱାର୍ଡ ଦ୍ୱାରା ଏକ ନମ୍ବରର ମାନ୍ୟତା ପାଇ ସମ୍ମାନିତ ହୋଇଛି।

ଏହି କାର୍ଯ୍ୟକ୍ରମରେ ହସ୍ପିଟାଲ୍ ପକ୍ଷରୁ ଚିଫ୍ ଏକ୍‌ଜିକ୍ୟୁଟିଭ୍ ଅଫିସର୍ ଡଃ ଶ୍ୱେତପଦ୍ମା ଦାଶ ଏବଂ ଚିଫ୍ ଅଫ୍‌ ମେଡିକାଲ୍ ସର୍ଭିସେସ୍ ବ୍ରିଗେଡିଅର୍ ଡାକ୍ତର ବିରାଜ ମୋହନ ମିଶ୍ର ଉପସ୍ଥିତ ରହି ସମ୍ମାନ ଗ୍ରହଣ କରିଥିଲେ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଏବଂ ବରିଷ୍ଠ ବଲିଉଡ୍ ଅଭିନେତା ସୁନୀଲ ସେଟ୍ଟୀ ଅତିଥି ଭାବେ ଯୋଗ ଦେଇ ସମ୍ମାନ ପ୍ରଦାନ କରିଥିଲେ। ନିକଟରେ ସମ୍ ଅଲ୍ଟିମେଟ୍ ମେଡିକେୟାର ନ୍ୟାସ୍‌ନାଲ୍ ଆକ୍ରେଡିଟେସନ୍ ବୋର୍ଡ ଫର୍ ହସ୍ପିଟାଲ୍ ଆଣ୍ଡ ହେଲ୍‌ଥ

କେୟାର ପ୍ରୋଭାଇଡର୍ସ (ଏନ୍‌.ଏ.ବି.ଏଚ୍‌) ସାର୍ଟିଫିକେଟ୍ ପାଇବା ନିମନ୍ତେ ଯୋଗ୍ୟତା ହାସଲ କରିଛି। ଏହାର ୫ମ ସଂସ୍କରଣକୁ ଗୋଟିଏ ବର୍ଷ ଶେଷ ହୋଇ ନଥିବା ବେଳେ ସଫଳତାର ସହ ସମ୍ମମ୍ ରେକର୍ଡ ସଂଖ୍ୟକ ୩୬୫ ଦିନ ସମୟସୀମା ମଧ୍ୟରେ ଏହି ସ୍ୱୀକୃତି ହାସଲ କରିପାରିଛି।

ଏନ୍‌.ଏ.ବି.ଏଚ୍ ୫ମ ସଂସ୍କରଣରେ ସ୍ୱୀକୃତି ପାଇବା ନେଇ ସମ୍ମମ୍ ହେଉଛି ଭାରତର ପ୍ରଥମ ହସ୍ପିଟାଲ୍। ବର୍ଷକ ମଧ୍ୟରେ ଏହି ହସ୍ପିଟାଲ୍ ୫ଟି ଉଚ୍ଚମାନର ସ୍ୱୀକୃତି ହାସଲ କରିବାରେ ସକ୍ଷମ ହୋଇପାରିଛି।

ଏକ ନମ୍ବର ସମ୍ ଅଲ୍ଟିମେଟ୍ ମେଡିକେୟାର ସମ୍ମମ୍
Share. Facebook Twitter LinkedIn Email WhatsApp Copy Link

Related Posts

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026
Latest News

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026

ଅନୁଗୋଳ କଣିହାଁ NTPC ପାୱାର ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଗୁରୁତର

August 22, 2026

୨୫ଟି ବୈଷୟିକ ଓ ଅଣବୈଷୟିକ ଶିକ୍ଷାନୁଷ୍ଠାନ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ର ଭିତରେ ଏମଓୟୁ ସ୍ୱାକ୍ଷର

August 22, 2026

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.