କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୭୨ ହଜାର ୩୩୦ ଆକ୍ରାନ୍ତ ଚିହ୍ନଟ

Published: Apr 1, 2021, 10:17 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୭୨ ହଜାର ୩୩୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪୫୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୨ ଲକ୍ଷ ୨୧ ହଜାର ୬୬୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୨ ହଜାର ୯୨୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୪ ଲକ୍ଷ ୭୪ ହଜାର ୬୮୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୫ ଲକ୍ଷ ୮୪ ହଜାର ୫୫ ଆକ୍ଟିଭ୍‌ କେସ୍ ରହିଛି।

Related posts