ରାଜ୍ୟରେ ଆଜି ୪୫୨ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Apr 3, 2021, 11:03 am IST

ଭୁବନେଶ୍ବର: ଆଜି ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୬୭ ଜଣ ଚିହ୍ନଟ ହୋଇଥିବା ବେଳେ ୧୮୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୪୩୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୮୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୮ ଟି ଜିଲ୍ଲାରୁ ୪୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୭୭ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୭୫ ଜଣ, ନୂଆପଡା ଜିଲ୍ଲାରୁ ୭୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୯ ଜଣ, କଟକରୁ ୨୬ ଜଣ, ବରଗଡ ଜିଲ୍ଲାରୁ ୧୯, ଝାରସୁଗୁଡା ଜିଲ୍ଲାରୁ ୧୭, ବଲାଙ୍ଗୀରି ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୧୩ ଜଣ, ଅନୁଗୁଳ ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୧୧ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୪ ଜଣ, ଦେବଗଡ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୪ ଜଣ, ଜଗତସିଂହପୁରରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ, କୋରାପୁଟ ଜିଲ୍ଲାରୁ ୨ ଜଣ, ମାଲକାନାଗିରି ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ୫ ଜଣ ଏବଂ ଷ୍ଟେଟ ପୁଲରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts