
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୨୦୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।
ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୨, ସୁନ୍ଦରଗଡରୁ ୨୭, ନୂଆପଡ଼ାରୁ ୨୩, କଟକରୁ ୧୯, ବଲାଙ୍ଗୀରିରୁ ୧୫, ବାଲେଶ୍ବରରୁ ୧୧, ଢେଙ୍କାନାଳରୁ ୧୦, ସମ୍ବଲପୁରରୁ ୧୦, ଗଞ୍ଜାମରୁ ୭, ଅନୁଗୁଳରୁ ୬, ମୟୂରଭଞ୍ଜରୁ ୫, ପୁରୀରୁ ୫, ଯାଜପୁରରୁ ୪, କଳାହାଣ୍ଡିରୁ ୨, କୋରାପୁଟରୁ ୨, ନୟାଗଡରୁ ୨, ଜଗତସିଂହପୁରରୁ ୧, କନ୍ଧମାଳରୁ ୧, କେନ୍ଦ୍ରାପଡ଼ାରୁ ୧, ରାୟଗଡ଼ାରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟ ପୁଲରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୭ ହଜାର ୬୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୨୨୪ କୁ ବୃଦ୍ଧି ହୋଇଛି। ତେବେ ୨୬୧୫ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।