ରାଜ୍ୟରେ ଆଜି ୪୭୧ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

Published: Apr 4, 2021, 11:11 am IST

ଭୁବନେଶ୍ବର: ଆଜି ରାଜ୍ୟରେ ୪୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।

ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୭୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୯୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୨ ହଜାର ୬୯୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୬୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୦୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।

ଆଜି ମୋଟ ୨୭ ଟି ଜିଲ୍ଲାରୁ ୪୭୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ସୁନ୍ଦରଗଡ ଜିଲ୍ଲାରୁ ୮୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୫୦ ଜଣ, ନୂଆପଡା ଜିଲ୍ଲାରୁ ୪୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩୬ ଜଣ, ଅନୁଗୁଳ ଜିଲ୍ଲାରୁ ୧୦ ଜଣ, ବାଲେଶ୍ଵର ଜିଲ୍ଲାରୁ ୧୫ ଜଣ, ବରଗଡ ଜିଲ୍ଲାରୁ ୫ ଜଣ, ଭଦ୍ରକ ଜିଲ୍ଲାରୁ ୬ ଜଣ, ବରଗଡ ଜିଲ୍ଲାରୁ ୧୯, ଝାରସୁଗୁଡା ଜିଲ୍ଲାରୁ ୧୭, ବଲାଙ୍ଗୀରି ଜିଲ୍ଲାରୁ ୧୫ ଜଣ, କଟକରୁ ୨୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୧ ଜଣ, ଝାରସୁଗୁଡା ଜିଲ୍ଲାରୁ ୨୩ ଜଣ, କନ୍ଧମାଳ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ୭ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୬ ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୭ ଜଣ, ନୟାଗଡ ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୧୪ ଜଣ, ରାୟଗଡା ଜିଲ୍ଲାରୁ ୮ ଜଣ, ସମ୍ବଲପୁର ଜିଲ୍ଲାରୁ ୨୭ ଜଣ, ସୋନପୁର ଜିଲ୍ଲାରୁ ୨ ଜଣ ଏବଂ ଷ୍ଟେଟ ପୁଲରୁ ୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Related posts