
ଭୁବନେଶ୍ବର: ଆଜି ରାଜ୍ୟରେ ୫୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି।
ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୬ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୩ ହଜାର ୨୬୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୩୭ ହଜାର ୯୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୩୫୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୨୦ କୁ ବୃଦ୍ଧି ହୋଇଛି।
ଆଜି ମୋଟ ୨୪ ଟି ଜିଲ୍ଲାରୁ ୫୭୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୯୬ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୮୦ ଜଣ, ନୂଆପଡା ଜିଲ୍ଲାରୁ ୬୦ ଜଣ, ବରଗଡ ଜିଲ୍ଲାରୁ ୪୩ ଜଣ, ଝାରସୁଗୁଡ଼ା ୩୯ ଜଣ, ଅନୁଗୁଳ ୩୨ ଜଣ, କଟକ ୨୮ ଜଣ, କଳାହାଣ୍ଡିରୁ ୨୪ ଜଣ, ବଲାଙ୍ଗିର ୨୦ ଜଣ, ରାୟଗଡ଼ା ୧୬ ଜଣ, ମୟୂରଭଞ୍ଜ ୧୩ ଜଣ, ବାଲେଶ୍ବରରୁ ୧୧ ଜଣ, କେନ୍ଦୁଝର ଓ ଗଞ୍ଜାମରୁ ୮ ଜଣ ଲେଖାଏଁ , ନବରଙ୍ଗପୁର, ଭଦ୍ରକ, ଗଜପତି, କୋରାପୁଟରୁ ୩ ଜଣ ଲେଖାଏଁ, ସୋନପୁର ୨ ଜଣ, ନୟାଗଡ଼, କେନ୍ଦ୍ରାପଡ଼ା, କନ୍ଧମାଳ, ଦେବଗଡ଼ ଓ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।