
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୯୬ ହଜାର ୯୮୨ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪୪୬ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୬ ଲକ୍ଷ ୮୬ ହଜାର ୪୯ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୫୪୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୭ ଲକ୍ଷ ୩୨ ହଜାର ୨୭୯ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୭ ଲକ୍ଷ ୮୮ ହଜାର ୨୨୩ ଆକ୍ଟିଭ୍ କେସ୍ ରହିଛି।