କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୧୫ ହଜାର ୭୩୬ ଆକ୍ରାନ୍ତ ଚିହ୍ନଟ

Published: Apr 7, 2021, 10:41 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧ ଲକ୍ଷ ୧୫ ହଜାର ୭୩୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୬୩୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୨୮ ଲକ୍ଷ ୧ ହଜାର ୭୮୫ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୬ ହଜାର ୧୭୭ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୭ ଲକ୍ଷ ୯୨ ହଜାର ୧୩୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୮ ଲକ୍ଷ ୪୩ ହଜାର ୪୭୩ ଆକ୍ଟିଭ୍‌ କେସ୍ ରହିଛି।

Related posts