ଆଜି ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ ନବୀନ

Published: Apr 9, 2021, 12:52 pm IST

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ଣ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ। ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ଏନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ କିଛି ପରାମର୍ଶ ଦେଇପାରନ୍ତି ବୋଲି କୁହାଯାଉଛି।

ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସବୁ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କ ସହ କରୋନା ସମ୍ପର୍କରେ ଆଲୋଚନା କରିଥିଲେ। ଅଧିକ ଟେଷ୍ଟିଙ୍ଗ ଏବଂ ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଗୁରୁତ୍ଵ ଦେବାକୁ ମୁଖ୍ୟମନ୍ତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ। ଭୟଭୀତ ନ ହୋଇ କରୋନା ବିରୋଧରେ ମିଳିମିଶି ଲଢେଇ କରିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ଵାନ ଦେଇଥିଲେ। ଏହାସହ ଦେଶରେ ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ ଟିକା ଉତ୍ସବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀମାନଙ୍କୁ କହିଥିଲେ।

ତେବେ ଏହି ବୈଠକରେ କରୋନା ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦ କୋଟି ଟଙ୍କା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ। ଓଡ଼ିଶା ଏନେଇ କେନ୍ଦ୍ର ସରକାରକୁ ୪୦୦ କୋଟି ଟଙ୍କା ମାଗିଥିବା ବେଳେ ଏପର୍ଯ୍ୟନ୍ତ ମାତ୍ର ୧୪୬ କୋଟି ଟଙ୍କା ମିଳିଥିବା ମୁଖ୍ୟମନ୍ତ୍ରୀ କହିଥିଲେ।

Related posts