
ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୫୦ ଆକ୍ରାନ୍ତଙ୍କ ମଧ୍ୟରୁ ୩୩ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧୭ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ହଜାର ୧୯୩ କୁ ବୃଦ୍ଧି ହୋଇଛି।
ସେହିପରି ଆଜି ଭୁବନେଶ୍ବରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୨ ହଜାର ୧୫୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୬୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।