Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟକୁ ଆସୁଛି ୨ ଲକ୍ଷ ୫୦ ହଜାର କୋଭିସିଲ୍ଡ ଡ଼ୋଜ: ଆସନ୍ତାକାଲି ପାଳନ ହେବ ଟୀକା ଉତ୍ସବ
ଆଜିର ଖବର

ଆଜି ରାଜ୍ୟକୁ ଆସୁଛି ୨ ଲକ୍ଷ ୫୦ ହଜାର କୋଭିସିଲ୍ଡ ଡ଼ୋଜ: ଆସନ୍ତାକାଲି ପାଳନ ହେବ ଟୀକା ଉତ୍ସବ

April 10, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ରାଜ୍ୟକୁ ଆଉ ୨ ଲକ୍ଷ ୫୦ ହଜାର କୋଭିସିଲ୍ଡ ଡ଼ୋଜ ଟୀକା ଆସୁଛି। ଆଉ କିଛି ସମୟ ପରେ ଭୁବନେଶ୍ଵରରେ ଏହି ଟୀକା ପହଞ୍ଚିବ। ଆଜି ସବୁ ଜିଲ୍ଲାକୁ ଟୀକା ବଣ୍ଟାଯିବ ଏବଂ ଆସନ୍ତାକାଲି ରାଜ୍ୟର ସବୁ କେନ୍ଦ୍ରରେ ଟୀକାକରଣ ପ୍ରକ୍ରିୟା ଚାଲିବ। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ତେଣୁ ଆସନ୍ତାକାଲି ଟୀକା ଉତ୍ସବ ପାଳନ କରାଯିବ ବୋଲି ଶ୍ରୀ ପାଣିଗ୍ରାହୀ କହିଛନ୍ତି।

ତେବେ ଟୀକାର ଅଭାବ ଯୋଗୁଁ ଅନେକ କେନ୍ଦ୍ରରେ ଟୀକାକରଣ ବନ୍ଦ ହୋଇଥିଲା। ଏଥିପାଇଁ ଗତକାଲି ରାଜ୍ୟ ସରକାର ଚିଠି ଲେଖି ଟୀକା ପଠାଇବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗକୁ ଅନୁରୋଧ କରିଥିଲା। ଏହି ଉତ୍ସବ ସମୟରେ ଯେପରି ଟୀକାକରଣ ବାଧାପ୍ରାପ୍ତ ନହୁଏ ସେଥିପାଇଁ ପର୍ଯ୍ୟାପ୍ତ ପରିମାଣର ଟୀକା ପଠାଇବା ପାଇଁ ରାଜ୍ୟ ସରକାର କେନ୍ଦ୍ରକୁ ଅନୁରୋଧ କରିଥିଲା।

ଉଲ୍ଲେଖ ଯୋଗ୍ୟ ଯେ, ଆସନ୍ତାକାଲିଠାରୁ ୧୪ ତାରିଖ ଯାଏଁ ଟୀକା ଉତ୍ସବ ପାଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କରିଥିଲେ। ଏହି ଉତ୍ସବ ସମୟରେ ଟୀକାକରଣକୁ ତ୍ୱରାନ୍ୱିତ କରିବା ସହ ଟୀକା ଅପଚୟ ନକରିବା ପାଇଁ ପ୍ରଧାନମନ୍ତ୍ରୀ ସବୁ ମୁଖ୍ୟମନ୍ତ୍ରୀମାନଙ୍କୁ ନିବେଦନ କରିଥିଲେ।

କୋଭିସିଲ୍ଡ ଡ଼ୋଜ ଟୀକା ଉତ୍ସବ ଟୀକାକରଣ ପ୍ରକ୍ରିୟା ବିଜୟ ପାଣିଗ୍ରାହୀ
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026

ପଶ୍ଚିମବଙ୍ଗରୁ ଆସାମ ଯାଏଁ ନିର୍ବାଚନୀ ତାତି; ୬ ଆସନରେ ଆଜି ମତଦାନ

October 6, 2026

ୟୁପି ରାଜନୀତିରେ ନୂଆ ହଲଚଲ! ରାଜ୍ୟସଭା ନିର୍ବାଚନ ପୂର୍ବରୁ ବଦଳିବ କି ଭୋଟ୍ ସମୀକରଣ?

October 6, 2026

ପିଏମଏୱାଇ(ସହରୀ) ୨.୦ରେ ଓଡ଼ିଶାକୁ ମିଳିଲା ଜାତୀୟ ପୁରସ୍କାର

October 6, 2026
Latest News

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026

ପଶ୍ଚିମବଙ୍ଗରୁ ଆସାମ ଯାଏଁ ନିର୍ବାଚନୀ ତାତି; ୬ ଆସନରେ ଆଜି ମତଦାନ

October 6, 2026

‘କେଜିପି୨୧’ ଜନ୍ମ ଦେଲା ୫ ଚିତା ଶାବକ: ୬୦ରେ ପହଞ୍ଚିଲା ଚିତା ସଂଖ୍ୟା

October 6, 2026

ୟୁପି ରାଜନୀତିରେ ନୂଆ ହଲଚଲ! ରାଜ୍ୟସଭା ନିର୍ବାଚନ ପୂର୍ବରୁ ବଦଳିବ କି ଭୋଟ୍ ସମୀକରଣ?

October 6, 2026

ପିଏମଏୱାଇ(ସହରୀ) ୨.୦ରେ ଓଡ଼ିଶାକୁ ମିଳିଲା ଜାତୀୟ ପୁରସ୍କାର

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.