ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୯ କରୋନା ଆକ୍ରାନ୍ତ

Published: Apr 11, 2021, 6:35 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୪୫୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡରୁ ୬୨, କଳାହାଣ୍ଡିରୁ ୪୩, ନୂଆପଡାରୁ ୩୮, ବରଗଡରୁ ୩୨, ଝାରସୁଗୁଡାରୁ ୨୯,  ଅନୁଗୁଳରୁ ୨୪, କଟକରୁ ୨୨, ସମ୍ବଲପୁରରୁ ୧୬, ବଲାଙ୍ଗୀରିରୁ ୧୫, ଗଞ୍ଜାମରୁ ୧୨, ମୟୂରଭଞ୍ଜରୁ ୧୦, ପୁରୀରୁ ୯, ରାୟଗଡ଼ାରୁ ୯, ଯାଜପୁରରୁ ୮, ଭଦ୍ରକରୁ ୫, ଦେବଗଡରୁ ୫, ଗଜପତିରୁ ୫, ନବରଙ୍ଗପୁରରୁ ୫, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୨, କୋରାପୁଟରୁ ୨, ସୋନପୁରରୁ ୨ ଏବଂ ଷ୍ଟେଟ ପୁଲରୁ ୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୦ ହଜାର ୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୯ ହଜାର ୫୬୧ କୁ ବୃଦ୍ଧି ହୋଇଛି। ତେବେ ୭ ହଜାର ୫୨୦ ଆକ୍ରାନ୍ତ ବର୍ତ୍ତମାନ ଚିକିତ୍ସାଧୀନ ଥିବା ବେଳେ ୧୯୨୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts