
ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ପଜିଟିଭ ଚିହ୍ନଟ ହେବା ପରେ ମୁଖ୍ୟମନ୍ତ୍ରୀ ଟ୍ବିଟ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ପୃଥକବାସରେ ରହିଛନ୍ତି। ପ୍ରାଥମିକ ଲକ୍ଷଣ ଦେଖାଗଲା ପରେ ସେ କୋଭିଡ଼ ପରୀକ୍ଷା କରିଥିଲେ। ଯାହାର ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ ସେ ପୃଥକବାସରେ ରହି ଚିକିତ୍ସା ଆରମ୍ଭ କରିଦେଇଛନ୍ତି। ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ଼ ପରୀକ୍ଷା କରିବା ପାଇଁ ସେ ନିବେଦନ କରିଛନ୍ତି।