କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୭୩୯ ଆକ୍ରାନ୍ତ

Published: Apr 15, 2021, 9:44 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୭୩୯ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୩୮ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୪୦ ଲକ୍ଷ ୭୪ ହଜାର ୫୬୪ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୩ ହଜାର ୧୨୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୪ ଲକ୍ଷ ୨୯ ହଜାର ୫୬୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୪ ଲକ୍ଷ ୭୧ ହଜାର ୮୭୭ ଆକ୍ଟିଭ୍‌ କେସ୍ ରହିଛି।

Related posts