ରାଜ୍ୟରେ ପ୍ରାଣ ହରାଇଲେ ୨ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୩୫କୁ ବୃଦ୍ଧି

Published: Apr 15, 2021, 11:34 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୨ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୩୫ ରେ ପହଞ୍ଚିଛି।

କେନ୍ଦୁଝର ଜିଲ୍ଲାରୁ ଜଣେ ୭୦ ବର୍ଷୀୟ ପୁରୁଷ ଏହି ରୋଗରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଥିବା ବେଳେ କଳାହାଣ୍ଡି ଜିଲ୍ଲାରୁ ଜଣେ ୬୦ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୮ ହଜାର ୩୪୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୧ ହଜାର ୭୩୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୪ ହଜାର ୬୨୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୩୫ କୁ ବୃଦ୍ଧି ହୋଇଛି।

Related posts