Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣପୁର ଘଣ୍ଟଶିଳା ପାହାଡ଼ରେ ଭୀଷଣ ଅଗ୍ନିକାଣ୍ଡ: ନିଆଁକୁ ଆୟତ୍ତ କରିବା ପାଇଁ ଦୁଇ ଦମକଳ ଗାଡି ନିୟୋଜିତ
ଆଜିର ଖବର

ବାଣପୁର ଘଣ୍ଟଶିଳା ପାହାଡ଼ରେ ଭୀଷଣ ଅଗ୍ନିକାଣ୍ଡ: ନିଆଁକୁ ଆୟତ୍ତ କରିବା ପାଇଁ ଦୁଇ ଦମକଳ ଗାଡି ନିୟୋଜିତ

April 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁରର ଶନି ମନ୍ଦିର ନିକଟସ୍ଥ ଘଣ୍ଟଶିଳା ପାହାଡ଼ରେ ଭୀଷଣ ଅଗ୍ନିକାଣ୍ଡ ଘଟିଯାଇଛି। ଯାହାଫଳରେ ଲକ୍ଷାଧିକ ଟଙ୍କାର ଜଙ୍ଗଲ ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଥିବା ଖବର ହସ୍ତଗତ ହୋଇଛି। ଏନଏସି କର୍ମଚାରୀଙ୍କ ଦାୟିତ୍ୱହୀନତା ଯୋଗୁଁ ଏଭଳି ଅଗ୍ନିକାଣ୍ଡ ଘଟିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ଅଭିଯୋଗ ମୁତାବକ, ଶନି ମନ୍ଦିର ପାଣି ଟାଙ୍କି ନିକଟରେ ବାଣପୁର ଏନଏସି ପକ୍ଷରୁ ନୂଆ କରି ଏକ ମାଇକ୍ରୋ କମ୍ପୋଷ୍ଟିଙ୍ଗ ସେଣ୍ଟର ନିର୍ମାଣ ଚାଲିଛି। ସେଥିପାଇଁ ପ୍ରତିଦିନ ଏନଏସି କର୍ମଚାରୀମାନେ ସେଠାରେ ସମସ୍ତ ଅଳିଆ ଆବର୍ଜନା ଜମା କରନ୍ତି।

କିନ୍ତୁ ଆଜି ସକାଳୁ କର୍ମଚାରୀମାନେ ଉକ୍ତ ଅଳିଆ ଆବର୍ଜନାରେ ନିଆଁ ଲଗାଇ ଫେରିଯାଇଥିଲେ। ଯାହା ଫଳରେ ଉକ୍ତ ନିଆଁଟି ଘଣ୍ଟଶିଳା ପାହାଡ଼ ପାଦଦେଶରେ ଥିବା ଜଙ୍ଗଲରେ ବ୍ୟାପି ଯାଇ ବର୍ତ୍ତମାନ ସମଗ୍ର ଜଙ୍ଗଲକୁ ବ୍ୟାପିଯାଇଛି। ଏହାଦ୍ବାରା ଲକ୍ଷାଧିକ ଟଙ୍କାର ଜଙ୍ଗଲ ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି। ତେବେ ଏନଏସି କର୍ମଚାରୀଙ୍କ ଦାୟିତ୍ୱହୀନତା ଲାଗି ଏଭଳି ଅଘଟଣ ଘଟିଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିପାରିନାହିଁ। ତେବେ ଦୀର୍ଘ ୩ ଘଣ୍ଟା ହେବ ଘଟଣାସ୍ଥଳରେ ବାଣପୁର ଅଗ୍ନିଶମ ଅଧିକାରୀ ବିବେକାନନ୍ଦ ଦାସ ଦୁଇ ଗୋଟି ଦମକଳ ଗାଡି ସହ କର୍ମଚାରୀ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କ ସହଯୋଗରେ ନିଆଁକୁ ଲିଭେଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି।

ଅପରପକ୍ଷରେ ଘଟଣାସ୍ଥଳରେ ବାଣପୁର ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମହାନ୍ତି ପହଁଚି ନିଆଁ ଲାଗିଥିବା କାରଣର ତଦନ୍ତ ଆରମ୍ଭ କରିଦେଛନ୍ତି।

ବାଣପୁର ଭୀଷଣ ଅଗ୍ନିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026
Latest News

ଓଡିଶାରେ ପ୍ରଥମଥର ପାଇଁ ଜଳକ୍ରୀଡା ପ୍ରଶିକ୍ଷଣ ଶିବିର: ଉଦଘାଟନ କଲେ କ୍ରୀଡା ମନ୍ତ୍ରୀ

February 23, 2026

ସୁପର-8 ରେ ଦକ୍ଷିଣ ଆଫ୍ରିକାଠାରୁ କାହିଁକି ହାରିଲା ଭାରତ: ଜାଣନ୍ତୁ ବଡ କାରଣ

February 23, 2026

‘ଅପରେସନ ସାଇବର କବଚ’: ୧୮୭ ଅଭିଯୁକ୍ତ ଗିରଫ

February 23, 2026

ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ୭୫ତମ ରାଜ୍ୟ ପୋଲିସ ହକି ଚାମ୍ପିୟନସିପ୍ – ୨୦୨୬ ର ଶୁଭାରମ୍ଭ

February 23, 2026

ଆଉ ଏକ ତେଜସ୍ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ: ପାଇଲଟ୍ ସୁରକ୍ଷିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.