
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୩ ଜଣଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୩୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ତେବେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୬୧ ହଜାର ୪୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୨ ହଜାର ୫୭୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୬ ହଜାର ୮୮୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୩୮ କୁ ବୃଦ୍ଧି ହୋଇଛି।