
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୨ ଲକ୍ଷ ୭୩ ହଜାର ୮୧୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୧ ହଜାର ୬୧୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୫୦ ଲକ୍ଷ ୬୧ ହଜାର ୯୧୯ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୮ ହଜାର ୭୬୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୮ ଲକ୍ଷ ୯ ହଜାର ୬୪୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧୯ ଲକ୍ଷ ୨୯ ହଜାର ୩୨୯ ଆକ୍ଟିଭ୍ କେସ୍ ରହିଛି।