ରାଜ୍ୟରେ ପ୍ରାଣ ହରାଇଲେ ୪ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୪୮ କୁ ବୃଦ୍ଧି

Published: Apr 19, 2021, 8:22 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି ସୁନ୍ଦରଗଡ ଜିଲ୍ଲାରୁ ଦୁଇ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଥିବା ବେଳେ ଝାରସୁଗୁଡାରୁ ଜଣେ ଏବଂ କେନ୍ଦୁଝରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଆଜି ସୁନ୍ଦରଗଡ ଜିଲ୍ଲାର ଦୁଇ ମୃତକଙ୍କ ମଧ୍ୟରୁ  ଜଣେ ୪୩ ବର୍ଷୀୟ ପୁରୁଷ ଏବଂ ଜଣେ ୫୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି। ସେହିଭଳି ଝାରସୁଗୁଡା ଜିଲ୍ଲାରୁ ଜଣେ ୫୩ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ଜଣେ ୪୦ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୭୨ ହଜାର ୭୦୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୭ ହଜାର ୬୩୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୩ ହଜାର ୬୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୪୮ କୁ ବୃଦ୍ଧି ହୋଇଛି।

Related posts