
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୫୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।
ଆଜି ନୂଆପଡା ଜିଲ୍ଲାରୁ ୨ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଥିବା ବେଳେ କଟକ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଏବଂ ସୁଦରଗଡ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଆଜି ନୂଆପଡା ଜିଲ୍ଲାର ୨ ଜଣ ମୃତକଙ୍କ ମଧ୍ୟରୁ ଜଣେ ୬୬ ବର୍ଷିୟା ମହିଳାଙ୍କ ମୃତ୍ୟୁ ହିଥିବା ବେଳେ ଅନ୍ୟ ଜଣେ ୫୫ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ସେହିଭଳି କଟକ ଜିଲ୍ଲାରୁ ଜଣେ ୭୩ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ୫୫ ବର୍ଷିୟ ପୁରୁଷ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ୪୦ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଛି।
ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୨ ହଜାର ୩୧୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୪୯ ହଜାର ୩୭୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୦ ହଜାର ୯୨୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୫୮ କୁ ବୃଦ୍ଧି ହୋଇଛି।