Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାରିପଦା ବିଧାନସଭା ପାଇଁ ସରୋଜିନୀ ହେମ୍ବ୍ରମ୍‌ଙ୍କୁ ପ୍ରାର୍ଥୀ କଲା ବିଜେଡ଼ି   
ଆଜିର ଖବର

ବାରିପଦା ବିଧାନସଭା ପାଇଁ ସରୋଜିନୀ ହେମ୍ବ୍ରମ୍‌ଙ୍କୁ ପ୍ରାର୍ଥୀ କଲା ବିଜେଡ଼ି   

April 7, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
naveen pattanaik declares sarojini hembram as a candidate of baripada assembly seat
naveen pattanaik declares sarojini hembram as a candidate of baripada assembly seat

ବାରିପଦା ବିଧାନସଭା ପାଇଁ ଆଜି ବିଜେଡ଼ି ପ୍ରାର୍ଥୀ ଘୋଷଣା କରିଛି। ସରୋଜିନୀ ହେମ୍ବ୍ରମଙ୍କୁ ମୟୂରଭଞ୍ଜ ଜିଲାର ବାରିପଦାରୁ ବିଜେଡ଼ି ବିଧାୟକ ପ୍ରାର୍ଥୀ ପାଇଁ ଟିକେଟ ମିଳିଛି। ବିଜେଡ଼ି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ବିଜେଡ଼ି ମୋଟ ୧୪୭ଟି ବିଧାନସଭା ଆସନ ମଧ୍ୟରୁ ୧୪୬ଟି ବିଧାନସଭା ପ୍ରାର୍ଥୀ ଘୋଷଣା କରିସାରିଥିବାବେଳେ କେବଳ  କେନ୍ଦ୍ରାପଡ଼ା ବିଧାନସଭା ପ୍ରାର୍ଥୀ ଘୋଷଣା ପାଇଁ ବାକି ରହିଛି। ବାରିପଦା ପାଇଁ ଦଳ ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମ୍‌ଙ୍କୁ ପ୍ରାର୍ଥୀ କରିଛି। ଗତଥର ଏଠାରୁ ଉପବାଚସ୍ପତି ସାନନ୍ଦ ମାରାଣ୍ଡି ଏହି ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏଥର ନିର୍ବାଚନରେ ବିଜେଡ଼ି ସରୋଜିନୀ ହେମ୍ବ୍ରମଙ୍କୁ ମିଶାଇ ମୋଟ ୬ ଜଣ ରାଜ୍ୟସଭା ସାଂସଦଙ୍କୁ ନିର୍ବାଚନୀ ମଇଦାନରେ ଅବତୀର୍ଣ୍ଣ କରାଇଛି। ସେଥିରୁ ସରୋଜିନୀଙ୍କୁ ବାରିପଦା ବିଧାନସଭା, ସୌମ୍ୟରଂଜନ  ପଟ୍ଟନାୟକଙ୍କୁ ଖଣ୍ଡପଡ଼ା ବିଧାନସଭା ଓ ପ୍ରତାପ ଦେବଙ୍କୁ ଆଳି ବିଧାନସଭା ଟିକେଟ ଦିଆଯାଇଛି। ସେହିପରି ରାଜ୍ୟସଭା ସାଂସଦ ଅନୁଭବ ମହାନ୍ତିଙ୍କୁ କେନ୍ଦ୍ରାପଡ଼ା ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଥିବା ବେଳେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବରଗଡ଼ ଓ ଅଚ୍ୟୁତ ସାମନ୍ତଙ୍କୁ କନ୍ଧମାଳ ଲୋକସଭା ଆସନ ପାଇଁ ପ୍ରାର୍ଥୀ କରାଯାଇଛି।

( ମୋବାଇଲରେ ଫଟାଫଟ  ଖବର ଜାଣିବା  ପାଇଁ ପ୍ଲେ ଷ୍ଟୋରରୁ ଡାଉନଲୋଡ କରନ୍ତୁ sankhipta, ଏହାପରେ ମୋବାଇଲ ସ୍କ୍ରିନର ତଳୁ ଉପରକୁ ଆଙ୍ଗୁଠିରେ ଘଷି  ଖବର ପରେ ଖବର ପଢି ଚାଲନ୍ତୁ। )

baripada declares naveen thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026

୫୪ତମ ରାଜ୍ୟ ପୋଲିସ ବନ୍ଧୁକ ଚାଳନା ପ୍ରତିଯୋଗିତା ଉଦଘାଟିତ

February 26, 2026

ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ତରଫରୁ ନିଷ୍ପତ୍ତି

February 26, 2026
Latest News

ରାଜ୍ୟ ନୀତି ଆୟୋଗ ନୋଡାଲ ଅଫିସରଙ୍କ ନାକଟିଦେଉଳ ବ୍ଲକ ପରିଦର୍ଶନ

February 26, 2026

ନୂଆଦିଲ୍ଲୀରେ ନୂଆ ଓଡିଶା ଭବନର ଭିତ୍ତିପ୍ରସ୍ତାର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 26, 2026

ସାରା ଦେଶରେ ଯାତ୍ରୀ ଟର୍ମିନାଲର କ୍ଷମତା ବୃଦ୍ଧି ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଲେ ରେଳ ମନ୍ତ୍ରୀ

February 26, 2026

ଯୁବ କଂଗ୍ରେସ ରାଷ୍ଟ୍ରୀୟ ସଭାପତିଙ୍କୁ ଗିରଫ ପ୍ରତିବାଦରେ ଓଡିଶା ଯୁବ କଂଗ୍ରେସର ବିକ୍ଷୋଭ

February 26, 2026

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ହରଦିପ ସିଂ ପୁରୀଙ୍କ କୁଶପୁତଳିକା ଦାହ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.