ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୭ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୬୫ କୁ ବୃଦ୍ଧି

Published: Apr 22, 2021, 5:24 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୬୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଗଞ୍ଜାମ ଜିଲ୍ଲା ଓ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଥିବା ବେଳେ  ଭୁବନେଶ୍ବର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଆଜି ଗଞ୍ଜାମ ଜିଲ୍ଲାର ୨ ଜଣ ମୃତକଙ୍କ ମଧ୍ୟରୁ  ଜଣେ ୬୮ ବର୍ଷିୟା ମହିଳାଙ୍କ ମୃତ୍ୟୁ ହିଥିବା ବେଳେ ଅନ୍ୟ ଜଣେ ୩୫ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ସେହିଭଳି ରାୟଗଡା ଜିଲ୍ଲାର ୨ ମୃତକଙ୍କ ମଧ୍ୟରୁ ଜଣେ ୪୦ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ୫୬ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ବରରୁ ଜଣେ ୭୯ ବର୍ଷିୟ ପୁରୁଷ, କଳାହାଣ୍ଡି ଜିଲ୍ଲାରୁ ଜଣେ ୪୩ ବର୍ଷୀୟ ପୁରୁଷ, କନ୍ଧମାଳ ଜିଲ୍ଲାରୁ ଜଣେ ୭୨ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୮ ହଜାର ୪୫୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୫୧ ହଜାର ୩୮୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୫ ହଜାର ୭୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୬୫ କୁ ବୃଦ୍ଧି ହୋଇଛି।

Related posts