ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୫୯୦: ସୁସ୍ଥ ହେଲେ ୧୩୯ କରୋନା ଆକ୍ରାନ୍ତ

Published: Apr 22, 2021, 7:10 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୫୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୫୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୭୯୪ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୧୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୩ ହଜାର ୪୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪ ହଜାର ୩୬ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts