ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୮ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୭୩ କୁ ବୃଦ୍ଧି

Published: Apr 23, 2021, 9:55 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୭୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଗଞ୍ଜାମ ଜିଲ୍ଲା ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଥିବା ବେଳେ  ଭୁବନେଶ୍ବର, ବାଲେଶ୍ଵର, ବଲାଙ୍ଗୀରି ଏବଂ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ  ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଆଜି ଗଞ୍ଜାମ ଜିଲ୍ଲାର ୨ ଜଣ ମୃତକଙ୍କ ମଧ୍ୟରୁ  ଜଣେ ୭୫ ବର୍ଷିୟା ମହିଳାଙ୍କ ମୃତ୍ୟୁ ହିଥିବା ବେଳେ ଅନ୍ୟ ଜଣେ ୫୦ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ସେହିଭଳି କଳାହାଣ୍ଡି ଜିଲ୍ଲାର ୨ ମୃତକଙ୍କ ମଧ୍ୟରୁ ଜଣେ ୫୬ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ୪୫ ବର୍ଷିୟା ମହିଳାଙ୍କ ମୃତ୍ୟୁ ହୋଇଛି

ଭୁବନେଶ୍ବରରୁ ଜଣେ ୫୯ ବର୍ଷିୟ ପୁରୁଷ, ବାଲେଶ୍ଵର ଜିଲ୍ଲାରୁ ଜଣେ ୩୮ ବର୍ଷିୟା ମହିଳା, ବଲାଙ୍ଗୀରି ଜିଲ୍ଲାରୁ ୫୦ ବର୍ଷୀୟ ପୁରୁଷ, କନ୍ଧମାଳ ଜିଲ୍ଲାରୁ ଜଣେ ୪୨ ବର୍ଷିୟା ମହିଳାଙ୍କ କରୋନାରେ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୪ ହଜାର ୬୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୫୩ ହଜାର ୫୫୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩୯ ହଜାର ୧୧୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୭୩ କୁ ବୃଦ୍ଧି ହୋଇଛି।

Related posts