କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୪୬ ହଜାର ୭୮୬ ଆକ୍ରାନ୍ତ

Published: Apr 24, 2021, 10:36 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୪୬ ହଜାର ୭୮୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୨ ହଜାର ୬୨୪ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୬୬ ଲକ୍ଷ ୧୦ ହଜାର ୪୮୧ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୯ ହଜାର ୫୪୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୩୮ ଲକ୍ଷ ୬୭ ହଜାର ୯୯୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୨୫ ଲକ୍ଷ ୫୨ ହଜାର ୯୪୦ ଆକ୍ଟିଭ୍‌ କେସ୍ ରହିଛି।

Related posts