କରୋନାରେ ପ୍ରାଣ ହରାଇଲେ ଆଉ ଜଣେ କଂଗ୍ରେସ ବିଧାୟକ

Published: Apr 24, 2021, 1:45 pm IST

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଜଣେ କଂଗ୍ରେସ ବିଧାୟକଙ୍କ କରୋନାରେ ମୃତ୍ୟୁ ହୋଇଛି। ଅଲିରାଜପୁର ଜିଲ୍ଲାର ଜୋବାଟ ବିଧାନସଭା ନିର୍ବାଚମଣ୍ଡଳୀର ବିଧାୟକ କଳାବତୀ ଭୂରିୟାଙ୍କ ୪୯ ବର୍ଷ ବୟସରେ ମୃତ୍ୟୁ ହୋଇଛି। ସେ କରୋନାରେ ସଂକ୍ରମଣ ହେବା ପରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି। ହସ୍ପିଟାଲର ଚିକିତ୍ସା ଅଧିକାରୀଙ୍କ କହିବା ଅନୁଯାୟୀ, କଳାବତୀଙ୍କ ଫୁସଫୁସରେ ୭୦ ପ୍ରତିଶତରୁ ଅଧିକ ସଂକ୍ରମଣ ହୋଇଥିଲା। ଯାହାଫଳରେ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। କିନ୍ତୁ ସେଥିରେ ମଧ୍ୟ ତାଙ୍କ ଅବସ୍ଥା ଗୁରୁତର ହୋଇପଡିଥିଲା। ଆଜି ତାଙ୍କର ଅବସ୍ଥା ଅଧିକ ଗୁରୁତର ହୋଇ ମୃତ୍ୟୁବରଣ କରିଥିଲେ।

Related posts