ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୯ କରୋନା ଆକ୍ରାନ୍ତ: ମୃତ୍ୟୁ ସଂଖ୍ୟା ୧୯୯୭ କୁ ବୃଦ୍ଧି

Published: Apr 26, 2021, 5:21 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୯୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଥିବା ବେଳେ କେନ୍ଦୁଝର ଜିଲ୍ଲାରୁ ୨ ଜଣ ମୃତ୍ୟୁବରଣ କରିଛନ୍ତି। ସେହିଭଳି ଭଦ୍ରକ, କଟକ, ଗଞ୍ଜାମ ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ମୃତ୍ୟୁବରଣ ଥିବା ୩ ଜଣ ଆକ୍ରାନ୍ତ ଭୁବନେଶ୍ଵରର ମହାନଗର ଅଞ୍ଚଳର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ସେମାନଙ୍କ ମଧ୍ୟରୁ ଜଣେ ୫୨ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ୭୬ ବର୍ଷିୟ ପୁରୁଷ ଏବଂ ଅନ୍ୟ ଜଣେ ୬୨ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ସେହିଭଳି କେନ୍ଦୁଝର ଜିଲ୍ଲାର ଦୁଇ ଜଣ ମୃତକଙ୍କ ମଧ୍ୟରୁ ଜଣେ ୬୨ ବର୍ଷୀୟ ପୁରୁଷ ଏବଂ ଅନ୍ୟ ଜଣେ ୪୭ ବର୍ଷୀୟ ପୁରୁଷଙ୍କ ମୃତ୍ୟୁ ହୋଇଛି। ଭଦ୍ରକ ଜିଲ୍ଲାରୁ ଜଣେ ୪୧ ବର୍ଷୀୟ ପୁରୁଷ, କଟକରୁ ଜଣେ ୭୧ ବର୍ଷିୟ ପୁରୁଷ, ଗଞ୍ଜାମ ଜିଲ୍ଲାରୁ ଜଣେ ୩୬ ବର୍ଷିୟ ପୁରୁଷ ଏବଂ ଜଣେ ସୁନ୍ଦରଗଡ ଜିଲ୍ଲାରୁ ଜଣେ ୪୯ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧୪ ହଜାର ୫୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୬୨ ହଜାର ୯୩୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪୫ ହଜାର ୯୪୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୧୯୯୭ କୁ ବୃଦ୍ଧି ହୋଇଛି।

Related posts