ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୦ କରୋନା ଆକ୍ରାନ୍ତ: ୨ ହଜାର ଟପିଲା ମୃତକଙ୍କ ସଂଖ୍ୟା

Published: Apr 27, 2021, 9:31 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୦୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଥିବା ବେଳେ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ମୃତ୍ୟୁବରଣ କରିଛନ୍ତି। ସେହିଭଳି ରାୟଗଡା ଜିଲ୍ଲାରୁ ୨ ଜଣ ଏବଂ ବୌଦ୍ଧ ଜିଲ୍ଲାରୁ ଜଣେ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୨୦ ହଜାର ୧୨୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୬୭ ହଜାର ୧୧୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫୦ ହଜାର ୯୫୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୦୭ କୁ ବୃଦ୍ଧି ହୋଇଛି।

Related posts