ଆଜିଠୁ ତୃତୀୟ ପର୍ଯ୍ୟାୟ ଟୀକାକରଣ ପ୍ରକ୍ରିୟା: ଜାଣନ୍ତୁ କୋୱିନ୍ ପୋର୍ଟାଲରେ କେମିତି କରିବେ ପଞ୍ଜୀକରଣ

Published: Apr 28, 2021, 9:41 am IST

ଭୁବନେଶ୍ବର: ମେ’ ୧ ତାରିଖରୁ ୧୮ ରୁ ୪୪ ବର୍ଷ ବୟସ୍କଙ୍କୁ ଟୀକା ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଛି। ସେଥିପାଇଁ ଅଜିଠୁ କୋୱିନ୍ ପୋର୍ଟାଲ ମାଧ୍ୟମରେ ପଞ୍ଜୀକରଣ କରିବାକୁ କେନ୍ଦ୍ର ନିର୍ଦ୍ଦେଶ ଦେଇଛି। ପଞ୍ଜୀକରଣ ବିନା କୌଣସି ବ୍ୟକ୍ତିଙ୍କୁ ଟୀକା ଦିଆଯିବ ନାହିଁ।

ତେବେ ଟୀକା ନେବାକୁ ହେଲେ କେମିତି କୋୱିନ୍ ପୋର୍ଟାଲରେ ପଞ୍ଜୀକରଣ କରିବାକୁ ପଡିବ? ଜାଣନ୍ତୁ…

୧- cowin.gov.in ୱେବସାଇଟକୁ ଯାଇ ରେଜିଷ୍ଟର ବଟନ ଉପରେ ପ୍ରଥମେ କ୍ଲିକ କରିବେ

୨- ତାପରେ ଆପଣଙ୍କୁ ମୋବାଇଲ ନମ୍ବର ଦେବାକୁ ପଡିବ

୩- ଆପଣ ଦେଇଥିବା ନମ୍ବରକୁ ଗୋଟିଏ ଓଟିପି ଆସିବ ଏବଂ ପୋର୍ଟାଲରେ ଓଟିପି ଲେଖି ଭେରୀଫାଏ ବଟନକୁ କ୍ଲିକ କରିବେ

୪- ତାପରେ ଆପଣଙ୍କୁ ଏକ ଟୀକା ପଞ୍ଜୀକରଣ ଫର୍ମ ଆସିବ

୫- ଫର୍ମରେ ଦିଆଯାଇଥିବା ସମସ୍ତ ବିବରଣୀକୁ ପୂରଣ କରିବେ ଏବଂ ଫଟୋ ପରିଚୟ ପତ୍ର ଦେବେ

୬- ରୋଗରେ ଆକ୍ରାନ୍ତ ଥିଲେ ସେଥିରେ ଦର୍ଶାଇବାକୁ ପଡିବ

୭- ତଳେ ଥିବା ରେଜିଷ୍ଟର ବଟନକୁ କ୍ଲିକ କରି ନିଜର ନାମକୁ ପଞ୍ଜୀକରଣ କରିବେ

୮- ଏହାପରେ ଇଚ୍ଛାଅନୁଯାୟୀ ଟୀକା ନେବାର ତାରିଖ ଏବଂ ସ୍ଥାନକୁ ବାଛି ଲେଖିବେ

୯- ସେଥିରେ ଘରର ଅନ୍ୟ ସଦସ୍ୟଙ୍କ ନାମ ସାମିଲ କରିବାକୁ ଆବଶ୍ୟକ ଥିଲେ “ଆଡ ମୋର” ବଟନରେ କ୍ଲିକ କରି ପଞ୍ଜୀକରଣ କରନ୍ତୁ।

ଉଲ୍ଲେଖ ଯୋଗ୍ୟ ଯେ, ଅପରାହ୍ନ ୪ ଟା ପରେ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ ବୋଲି ସୂଚନା ରହିଛି। ତେବେ କୋୱିନ୍ ପୋର୍ଟାଲ ବ୍ୟତୀତ ଆରୋଗ୍ୟ ସେତୁ ଏବଂ ଉମଙ୍ଗ ଆପ୍ ରେ ମଧ୍ୟ ପଞ୍ଜୀକରଣ କରିବାର ବ୍ୟବସ୍ଥା ରହିଛି।

Related posts