
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ବ୍ୟବସାୟିକ ସଂଘର ବଡ ନିଷ୍ପତ୍ତି। ଗଞ୍ଜାମ ଜିଲ୍ଲାର ସବୁ ସହରାଞ୍ଚଳରେ ଦିନ ୨ ଟାରୁ ସକାଳ ୫ ଟା ଯାଏଁ ଦୋକାନ ବଜାର ବନ୍ଦ ରଖିବାକୁ ସଂଘ ନିଷ୍ପତ୍ତି ନେଇଛି। ଆଜିଠୁ ୧୦ ଦିନ ଯାଏଁ ଦୋକାନ ବଜାର ବନ୍ଦ ରଖିବାକୁ ସଂଘ ଘୋଷଣା କରିଛି।
କରୋନା ସଂକ୍ରମଣକୁ ରୋକିବା ପାଇଁ ସଂଘ ଏଭଳି ନିଷ୍ପତ୍ତି ନେଇଛି। ଗଞ୍ଜାମ ଜିଲ୍ଲାରେ ପୁଣିଥରେ ସଂକ୍ରମଣଙ୍କ ସଂଖ୍ୟା ବଢୁଥିବାରୁ ଜୀବିକା ଠାରୁ ଜୀବନକୁ ଏହି ସଂଘ ଅଧିକ ଗୁରୁତ୍ଵ ଦେଇଛି। ବ୍ୟବସାୟିକ ସଂଘର ଏଭଳି ପଦକ୍ଷେପକୁ ଗଞ୍ଜାମ ଜିଲ୍ଲାପାଳ ପ୍ରଶଂସା କରିଛନ୍ତି। ତେବେ ଏଥିରେ ସହଯୋଗ କରିବା ପାଇଁ ଜିଲ୍ଲାପାଳ ଲୋକମାନଙ୍କୁ ଅନୁରୋଧ କରିଛନ୍ତି।