
ଭୁବନେଶ୍ଵର: ମେ’ ୧ ତାରିଖରେ ତୃତୀୟ ପର୍ଯ୍ୟାୟ ଟୀକାକରଣ ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛି। ରାଜ୍ୟକୁ ଟୀକା ଆସିଲେ ୧୮ ରୁ ୪୪ ବର୍ଷ ବ୍ୟକ୍ତିଙ୍କୁ ଟୀକା ଦିଆଯିବ। ଆଜି ରାଜ୍ୟକୁ ଆଉ ୯୦ ହଜାର କୋଭିସିଲ୍ଡ ଟୀକା ଡୋଜ ଆସୁଛି। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା ୫୭ ଲକ୍ଷ ୪ ହଜାର ୯୧୬ ଜଣଙ୍କୁ ଟୀକା ଦିଆଯାଇଛି ବୋଲି ବିଜୟ ପାଣିଗ୍ରାହୀ କହିଛନ୍ତି।