
ନୂଆଦିଲ୍ଲୀ: ସେରମ ଇନଷ୍ଟିଚ୍ୟୁଟ ରାଜ୍ୟଗୁଡ଼ିକ ପାଇଁ କୋଭିସିଲ୍ଡ ଟୀକା ଦର ହ୍ରାସ କରିଛି। ପୂର୍ବ ଘୋଷିତ ଦରରୁ ୨୫ ପ୍ରତିଶତ ଟୀକା ଦର ହ୍ରାସ କରିଛି ସେରମ ଇନଷ୍ଟିଚ୍ୟୁଟ। କିନ୍ତୁ କମ୍ପାନୀ ଘରୋଇ ହସ୍ପିଟାଲ ଦରରେ କୌଣସି ପରିବର୍ତ୍ତନ କରିନାହିଁ।
ତେବେ ସେରମ ଇନଷ୍ଟିଚ୍ୟୁଟ ପକ୍ଷରୁ ୪୦୦ ଟଙ୍କା ପ୍ରତି ଡୋଜ ରାଜ୍ୟଗୁଡ଼ିକୁ ଦେବା ପାଇଁ ଘୋଷଣା କରାଯାଇଥିବା ବେଳେ ଏବେ ଏହାର ଦର ୩୦୦ ଟଙ୍କାକୁ ହ୍ରାସ ପାଇଛି। ଡୋଜ ପିଛା ୧୦୦ ଟଙ୍କା ହ୍ରାସ କରିଛି କମ୍ପାନୀ। ହେଲେ ଘରୋଇ ହସ୍ପିଟାଲ ପାଇଁ ଘୋଷିତ ଦର ୬୦୦ ଟଙ୍କା ଅପରିବର୍ତ୍ତିତ ରହିଛି। ସେରମ ସିଇଓ ଆଦର ପୁନାୱାଲା ଏନେଇ ସୂଚନା ଦେଇଛନ୍ତି।