ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୮୫୧: ସୁସ୍ଥ ହେଲେ ୪୨୯ କରୋନା ଆକ୍ରାନ୍ତ

Published: Apr 29, 2021, 6:29 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୮୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୯୬ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୭୫୫ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩ ହଜାର ୨୯୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୪୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୬ ହଜାର ୧୦୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬ ହଜାର ୯୧୩ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୫୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts