ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୪ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୨୦୪୩ କୁ ବୃଦ୍ଧି

Published: Apr 30, 2021, 11:32 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୪ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୪୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି

ସୁନ୍ଦରଗଡ ଏବଂ କୋରାପୁଟ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ଏବଂ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେହିଭଳି ବେଳେ ଗଞ୍ଜାମ, କଳାହାଣ୍ଡି, ନବରଙ୍ଗପୁର ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୮୦ ହଜାର ୪୦୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬୧ ହଜାର ୬୯୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୦୪୩ କୁ ବୃଦ୍ଧି ହୋଇଛି।

Related posts