ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା: ବିରୋଧ କଲା ଓଷ୍ଟା

Published: May 3, 2021, 1:07 pm IST

ଭୁବନେଶ୍ବର: ମାଧ୍ୟମିକ ଶିକ୍ଷା ପରିଷଦ, ଓଡିଶା ଅଧିନରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ସିବିଏସଇ ଭଳି  ବିଏସଇ ମଧ୍ୟ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ବାତିଲ କରିଥିଲା। କରୋନା ଯୋଗୁଁ ବିଏସଇ ବୋର୍ଡ ପରିକ୍ଷାକୁ ବିଏସଇ ବାତିଲ କରିଦେଇଥିଲା। ହେଲେ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ନେଇ ବିଏସଇ ପ୍ରକ୍ରିୟା ଆରମ୍ଭ କରିଦେଇଛି। ସବୁ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ଠାରୁ ଛାତ୍ରଛାତ୍ରୀଙ୍କ ବିବରଣୀ ମାଗିବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ବିଏସଇ ନିର୍ଦ୍ଦେଶ ଦେଇଛି।

ବୋର୍ଡ଼ ଦ୍ଵାରା ନିର୍ଦ୍ଧାରିତ ଫର୍ମାଟରେ ଛାତ୍ରଛାତ୍ରୀଙ୍କ ବିବରଣୀ ପ୍ରସ୍ତୁତ ଲାଗି ପ୍ରଧାନ ଶିକ୍ଷକଙ୍କୁ ନିର୍ଦ୍ଦେଶ ହୋଇଛି। ସେହି ଫର୍ମାଟରେ ସ୍କୁଲର ନାମ, ନମ୍ବର ଓ ରୋଲ ନମ୍ବର ଆଦି ରହିଛି। ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦ ଚିଠି ମାଧ୍ୟମରେ ନିର୍ଦ୍ଧେଶ ଦେଇଛି।। ପ୍ରଧାନ ଶିକ୍ଷକଙ୍କ ଦ୍ଵାରା ଛାତ୍ରଛାତ୍ରୀମାନଙ୍କ ଦଶମ ଟେଷ୍ଟ ଏବଂ ନବମ ବାର୍ଷିକ ପରୀକ୍ଷାର ନମ୍ବର ମାଗିବା ପାଇଁ ଡିଇଓଙ୍କୁ ନିର୍ଦ୍ଦେଶ ହୋଇଛି। ଉଭୟ ପରୀକ୍ଷାରେ ଛାତ୍ରଛାତ୍ରୀ ରଖିଥିବା ନମ୍ବରକୁ ପ୍ରଧାନ ଶିକ୍ଷକମାନେ ଦାଖଲ କରିବା ପାଇଁ ଡିଇଓଙ୍କୁ କୁହାଯାଇଛି। ଆଜି ସୁଦ୍ଧା ନିକଟସ୍ଥ ପରୀକ୍ଷା କେନ୍ଦ୍ରରେ ଫର୍ମାଟ ଦାଖଲ କରିବାକୁ କୁହାଯାଇଛି।

କିନ୍ତୁ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଁ ବୋର୍ଡ଼ ଦ୍ଵାରା କରାଯାଇଥିବା ପ୍ରକ୍ରିୟାକୁ ଓଷ୍ଟା ବିରୋଧ କରିଛି। ଏହି ପ୍ରକ୍ରିୟାକୁ ଓଷ୍ଟା ସମ୍ପାଦକ ପ୍ରକାଶ ମହାନ୍ତି ବିରୋଧ କରିଛନ୍ତି। ଗୋଟିଏ ଦିନରେ ଫର୍ମାଟ କିପରି ପ୍ରସ୍ତୁତ କରାଯାଇପାରିବ ବୋଲି ଓଷ୍ଟା ସମ୍ପାଦକ ପ୍ରଶ୍ନ କରିଛନ୍ତି।

Related posts