କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୩ ଲକ୍ଷ ୫୭ ହଜାର ୨୨୯ ଆକ୍ରାନ୍ତ

Published: May 4, 2021, 10:09 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୫୭ ହଜାର ୨୨୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୪୪୯ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୨ ଲକ୍ଷ ୮୨ ହଜାର ୮୩୩ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୨୨ ହଜାର ୪୦୮ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୩ ହଜାର ୨୯୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୪ ଲକ୍ଷ ୪୭ ହଜାର ୧୩୩ ଆକ୍ଟିଭ୍‌ କେସ୍ ରହିଛି।

Related posts