ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୧୧୬: ସୁସ୍ଥ ହେଲେ ୬୫୫ କରୋନା ଆକ୍ରାନ୍ତ

Published: May 4, 2021, 7:08 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୧୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୭ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୩୯ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ ହଜାର ୨୫୬ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୯ ହଜାର ୧୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮ ହଜାର ୯୪୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୭୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts