ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬ ହଜାର ୧୭୬ କରୋନା ଆକ୍ରାନ୍ତ

Published: May 5, 2021, 7:06 pm IST

ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୬ ହଜାର ୧୭୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।

ଆଜି ସର୍ବାଧିକ ଖୋର୍ଦ୍ଧାରୁ ୯୫୪, କଳାହାଣ୍ଡିରୁ ୫୧୯, କଟକରୁ ୪୮୫, ବଲାଙ୍ଗୀରିରୁ ୪୫୯, ସୁନ୍ଦରଗଡରୁ ୪୩୩, ଝାରସୁଗୁଡାରୁ ୨୬୩, ଅନୁଗୁଳରୁ ୨୪୩, ବରଗଡରୁ ୨୩୯, ପୁରୀରୁ ୨୨୮, ସମ୍ବଲପୁରରୁ ୨୨୫, ନବରଙ୍ଗପୁରରୁ ୨୦୦, ନୂଆପଡାରୁ ୧୯୫, ଗଞ୍ଜାମରୁ ୧୬୮, ମୟୂରଭଞ୍ଜରୁ ୧୪୯, ବାଲେଶ୍ବରରୁ ୧୩୭, ସୋନପୁରରୁ ୧୨୦, କେନ୍ଦ୍ରାପଡାରୁ ୧୧୩, ଯାଜପୁରରୁ ୧୧୨, ନୟାଗଡରୁ ୧୦୩, ଭଦ୍ରକରୁ ୮୭, ଜଗତସିଂହପୁରରୁ ୮୫, ଦେବଗଡରୁ ୭୪, କେନ୍ଦୁଝରରୁ ୭୪, ଗଜପତିରୁ ୬୪, କୋରାପୁଟରୁ ୫୨, କନ୍ଧମାଳରୁ ୪୦, ବୌଦ୍ଧରୁ ୨୮, ମାଲକାନାଗିରିରୁ ୨୮, ଢେଙ୍କାନାଳରୁ ୨୦ ଏବଂ ଷ୍ଟେଟ ପୁଲରୁ ୨୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୪ ଲକ୍ଷ ୧୬ ହଜାର ୪୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୯ ହଜାର ୬୪୧ କୁ ବୃଦ୍ଧି ହୋଇଥିବାବେଳେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭୧ ହଜାର ୮୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୦୪ କୁ ବୃଦ୍ଧି ହୋଇଛି।

Related posts