ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୭୪: ସୁସ୍ଥ ହେଲେ ୫୯୯ କରୋନା ଆକ୍ରାନ୍ତ

Published: May 5, 2021, 7:22 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୦୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୦୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୮ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୪୬ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୯ ହଜାର ୩୩୦ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୫୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୩୯ ହଜାର ୬୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯ ହଜାର ୪୧୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୭୫ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts