Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଲୁଗାଁରେ ଲକଡାଉନ କଟକଣା: ପ୍ରଥମ ଦିନରେ ଅମାନିଆଙ୍କଠୁ ଆଦାୟ ହେଲା ୩ଠ ହଜାର ଜରିମାନା
ଆଜିର ଖବର

ବାଲୁଗାଁରେ ଲକଡାଉନ କଟକଣା: ପ୍ରଥମ ଦିନରେ ଅମାନିଆଙ୍କଠୁ ଆଦାୟ ହେଲା ୩ଠ ହଜାର ଜରିମାନା

May 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ
ବାଲୁଗାଁ: ସାରା ରାଜ୍ୟରେ କରୋନାର ପ୍ରକୋପ ଜାରି ରହିଥିବା ବେଳେ ଏହାକୁ ଦମନ କରିବା ପାଇଁ ବିଭିନ୍ନ ଦିଗରୁ ସରକାର, ଜିଲ୍ଲାପାଳ ଓ ପୋଲିସ୍ ପ୍ରଶାସନ ଜନତାଙ୍କୁ ସଚେତନ କରିବା ସହ ମାସ୍କ, ସାନିଟାଇଜର୍‌, ସାମାଜିକ ଦୂରତା ବଜାୟ ରଖିବା ପାଇଁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ କିଛି ଅମାନିଆ ନିୟମ ଉଲ୍ଲଙ୍ଘନ କରୁଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ଲକଡାଉନ୍ ଘୋଷଣା କରିବା ସହ ସମସ୍ତ ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ତେବେ ଲକ୍‌ଡାଉନ୍‌ର ପ୍ରଥମ ଦିବସରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଥିଲା। ଅମାନିଆଙ୍କୁ ସାବାଡ଼ କରିବା ପାଇଁ ସକାଳ ୬ଟାରୁ ବାଲୁଗାଁ ଥାନାଧିକାରୀ ରମାକାନ୍ତ ମାହାଲିକଙ୍କ ସମେତ ଅନ୍ୟାନ୍ୟ ପୋଲିସ କର୍ମଚାରୀମାନେ ସମ୍ପୃକ୍ତ ଅଞ୍ଚଳରେ ଦିନତମାମ ପଇଁତରା ମାରିବା ସହ କୋଭିଡ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ଠାରୁ ୩୦ ହଜାର ଟଙ୍କାର ଫାଇନ ଆଦାୟ କରିଛନ୍ତି।

କିନ୍ତୁ ପୋଲିସର ଏପରି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ କେତେକ ବୁଦ୍ଧିଜୀବୀ ନାପସନ୍ଦ କରିଛନ୍ତି। ସେମାନଙ୍କ ମତରେ ପ୍ରଥମ ଦିନ ପୋଲିସ ଜନସାଧାରଣଙ୍କଠାରୁ ଫାଇନ ନକାଟି ସେମାନଙ୍କୁ ତାଗିଦ କରିବା କଥା। ତେବେ ଜନସାଧାରଣଙ୍କ ଠାରୁ ଜରିମାନା ଆଦାୟ କରିବା ପୋଲିସର ଉଦ୍ଦେଶ୍ୟ ନୁହେଁ ବୋଲି ବାଲୁଗାଁ ଆଇଆଇସି ଶ୍ରୀ ମାହାଲିକ ସୂଚନା ଦେଇଛନ୍ତି।

ବାରମ୍ବାର ନିବେଦନ କଲା ପରେ ମଧ୍ୟ କିଛି ଆମାନିଆଙ୍କ ଲାଗି ସାରା ଅଞ୍ଚଳରେ ମହାମାରୀ ବ୍ୟାପିବାର ସମ୍ଭାବନା ବଢୁଛି। ଲକଡ଼ାଉନରେ ଯଦି ମହାମାରୀ କମିବା ବଦଳରେ ବଢିବ ତେବେ ଲକଡ଼ାଉନର ମୂଲ୍ୟ କିଛି ରହିବନାହିଁ। ସେଥିପାଇଁ ପୁନଶ୍ଚ ଗଣମାଧ୍ୟମ ଜରିଆରେ ଲକଡ଼ାଉନ ନିୟମକୁ ମାନିବାପାଇଁ ବାଲୁଗାଁ ବାସୀଙ୍କୁ ଆଇଆଇସି ନିବେଦନ କରିଛନ୍ତି।

କରୋନାର ପ୍ରକୋପ ଜରିମାନା ଆଦାୟ ବାଲୁଗାଁ ଲକଡାଉନ କଟକଣା
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.