ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୧୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ

Published: May 6, 2021, 9:41 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୧୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୧୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୨୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଆଜି

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ଵର ଏବଂ ମାଳାକାନାଗିରି ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ କରୋନାରେ ମୃତ୍ୟୁବରଣ କରିଛନ୍ତି। ସେହିଭଳି ବୌଦ୍ଧ, ଦେବଗଡ, ଝାରସୁଗୁଡା, କେନ୍ଦୁଝର, କଳାହାଣ୍ଡି, ନୟାଗଡ, ରାୟଗଡା, ସମ୍ବଲପୁର ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୧୬୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୪ ଲକ୍ଷ ୧୬ ହଜାର ୪୦୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮୧ ହଜାର ୫୮୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୨୧୨୧ କୁ ବୃଦ୍ଧି ହୋଇଛି।

Related posts