ଆଜି ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୧୧୮: ସୁସ୍ଥ ହେଲେ ୬୭୩ କରୋନା ଆକ୍ରାନ୍ତ

Published: May 6, 2021, 6:52 pm IST

ଭୁବନେଶ୍ବର: ଆଜି ରାଜଧାନୀ ଭୁବନେଶ୍ବରରୁ ୧୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ୧୧୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮୫ ଜଣ କ୍ଵାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୯୩୩ ଜଣ ସ୍ଥାନୀୟ ଆକ୍ରାନ୍ତ। ଆଜିର ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ବରର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ୪୪୮ କୁ ବୃଦ୍ଧି ହୋଇଛି।

ସେହିପରି ଆଜି ଭୁବନେଶ୍ବରରୁ ୬୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏହି ସୁସ୍ଥ ଆକ୍ରାନ୍ତକୁ ମିଶାଇ ମୋଟ ୪୦ ହଜାର ୨୮୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯ ହଜାର ୮୬୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି ଏବଂ ୨୭୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Related posts