କରୋନା ଅପଡେଟ୍‌: ଦେଶରେ ଗତ ୨୪ ଘଣ୍ଟାରେ ୪ ଲକ୍ଷ ୧୪ ହଜାର ୧୮୮ ଆକ୍ରାନ୍ତ

Published: May 7, 2021, 10:07 am IST

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪ ଲକ୍ଷ ୧୪ ହଜାର ୧୮୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩ ହଜାର ୯୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୨ କୋଟି ୧୪ ଲକ୍ଷ ୯୧ ହଜାର ୫୯୮ ରେ ପହଞ୍ଚିଛି।

ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୩୪ ହଜାର ୮୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭୬ ଲକ୍ଷ ୧୨ ହଜାର ୩୫୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩୬ ଲକ୍ଷ ୪୫ ହଜାର ୧୬୪ ଆକ୍ଟିଭ୍‌ କେସ୍ ରହିଛି।

Related posts