Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୧୧ ଯାଏଁ ଏହି ଜିଲ୍ଲାରେ ହେବ ଝଡବର୍ଷା ସହ ବଜ୍ରପାତ: ଜାରି ହେଲା ୟେଲୋ ୱାର୍ଣ୍ଣିଂ
ଆଜିର ଖବର

ଆସନ୍ତା ୧୧ ଯାଏଁ ଏହି ଜିଲ୍ଲାରେ ହେବ ଝଡବର୍ଷା ସହ ବଜ୍ରପାତ: ଜାରି ହେଲା ୟେଲୋ ୱାର୍ଣ୍ଣିଂ

May 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link
Weather updates

ଭୁବନେଶ୍ବର: ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତ ନେଇ ଆଶଙ୍କା କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ଅନୁମାନ କରିଛି। ତେବେ ଏହାକୁ ଦେଖି ପ୍ରଭାବିତ ଜିଲ୍ଲାଗୁଡିକ ପାଇଁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏସଆରସି ସତର୍କ କରିଛନ୍ତି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ଜିଲ୍ଲାଗୁଡିକରେ ଆସନ୍ତାକାଲି ସକାଳ ୮:୩୦ ପର୍ଯ୍ୟନ୍ତ ଝଡବର୍ଷା ସହ ବଜ୍ରପାତ ହେବ ବୋଲି ଅନୁମାନ କରାଯାଇଛି। ଏହି ସମୟରେ ଉକ୍ତ ଜିଲ୍ଲାଗୁଡିକରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ଆଶଙ୍କା କରାଯାଇଛି।

କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଦେବଗଡ଼, କଟକ, ଭଦ୍ରକ, ବାଲେଶ୍ୱର, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଜିଲ୍ଲାକୁ ୮ ତାରିଖରୁ ୯ ତାରିଖ ସକାଳ ୮ଟା ୩୦ ଯାଏଁ ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡିକରେ ଝଡବର୍ଷା ସହ ବଜ୍ରପାତ ହେବା ନେଇ ଆଶଙ୍କା କରାଯାଇଥିବେଳେ ଏହି ସମୟରେ ପବନର ବେଗ ୪୦ ରୁ ୫୦ କିଲୋମିଟର ରହିବ ବୋଲି ଅନୁମାନ କରାଯାଇଛି ଏବଂ ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ କୁଆପଥର ବର୍ଷା ନେଇ ସତର୍କ କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜରେ ୯ ତାରିଖରୁ ୧୦ ତାରିଖ ସକାଳ ୮ଟା ୩୦ ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି। କନ୍ଧମାଳ, ବୌଦ୍ଧ, ସୋନପୁର ଓ ଅନୁଗୁଳ ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ। ଏହି ସମୟରେ ଘଣ୍ଟାପ୍ରତି ପବନ ୩୦ରୁ ୪୦ କିମି ବେଗରେ ବହିପାରେ।

ସେହିଭଳି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ୧୦ ତାରିଖରୁ ୧୧ ସକାଳ ୮ଟା ୩୦ ଯାଏଁ ଝଡବର୍ଷା ସହ ବଜ୍ରପାତ ନେଇ ସତର୍କ କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ଝଡବର୍ଷା ବଜ୍ରପାତ ଭୁବନେଶ୍ଵର ୟେଲୋ ୱାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026

ଅଳଙ୍କାର କିଣିବାର ଭଲ ସୁଯୋଗ!: ଆଜି ପୁଣି ଶସ୍ତା ହେଲା ସୁନା

July 17, 2026
Latest News

ରାଜ୍ୟସଭାରେ ପ୍ରଥମେ ବନ୍ଦେ ମାତରମ୍ ବିଲ୍ ଆଗତ କରିବେ ଗୃହମନ୍ତ୍ରୀ: ଅପମାନ କଲେ ମିଳିବ କଠୋର ଦଣ୍ଡ 

July 17, 2026

ଭାରତରେ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ପାଇଁ ପ୍ରସ୍ତୁତି ଶେଷ: RBI ନେଲା ବଡ଼ ପଦକ୍ଷେପ

July 17, 2026

Reliance Digital: ରିଲାଏନ୍ସ ଡିଜିଟାଲର ରଥଯାତ୍ରା ଉପଲକ୍ଷେ ଅଫର, ₹୭,୫୦୦ ପର୍ଯ୍ୟନ୍ତ ଉପହାର

July 17, 2026

ଆନ୍ଧ୍ରପ୍ରଦେଶରେ ୧୨ଟି ନୂତନ କୋଭିଡ-୧୯ ମାମଲା: ୪ ମୃତ

July 17, 2026

ଭାରତର ପ୍ରଥମ ହାଇଡ୍ରୋଜେନ୍ ଟ୍ରେନ୍‌ର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.