Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ୩ ଦିନ ଯାଏଁ ହେବ କାଳବୈଶାଖୀ: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର
ଆଜିର ଖବର

ରାଜ୍ୟରେ ୩ ଦିନ ଯାଏଁ ହେବ କାଳବୈଶାଖୀ: ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ କେନ୍ଦ୍ର

May 8, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆସନ୍ତା ୩ ଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ଝଡବର୍ଷା ସହ ବଜ୍ରପାତ ନେଇ ଆଶଙ୍କା କରାଯାଇଛି। ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏନେଇ ଅନୁମାନ କରିଛି। ତେବେ ଏହାକୁ ଦେଖି ପ୍ରଭାବିତ ଜିଲ୍ଲାଗୁଡିକ ପାଇଁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଏସଆରସି ସତର୍କ କରିଛନ୍ତି।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ, ସୁନ୍ଦରଗଡ ଓ ଝାରସୁଗୁଡା ଜିଲ୍ଲାକୁ ଆଜିଠାରୁ ୯ ତାରିଖ ସକାଳ ୮ଟା ୩୦ ଯାଏଁ ସତର୍କ ସୂଚନା ଦିଆଯାଇଛି। ଏହି ଜିଲ୍ଲାଗୁଡିକରେ ଝଡବର୍ଷା ସହ ବଜ୍ରପାତ ହେବା ନେଇ ଆଶଙ୍କା କରାଯାଇଥିବେଳେ ପବନର ବେଗ ପ୍ରତି ଘଣ୍ଟା ୪୦ ରୁ ୫୦ କିଲୋମିଟର ରହିବ ବୋଲି ଅନୁମାନ କରାଯାଇଛି ଏବଂ ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଜିଲ୍ଲାରେ କୁଆପଥର ବର୍ଷା ହେବା ନେଇ ସତର୍କ କରାଯାଇଛି।

ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର, ବାଲେଶ୍ବରରୁ, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ ଓ ସୁନ୍ଦରଗଡ ଜିଲ୍ଲାରେ ୯ ତାରିଖ ୮ ଟା ୩୦ରୁ ୧୦ ତାରିଖ ସକାଳ ୮ଟା ୩୦ ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି।

ସେହିଭଳି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କଟକ ଓ ଢେଙ୍କାନାଳ ଜିଲ୍ଲାକୁ ୧୦ ତାରିଖରୁ ୧୧ ସକାଳ ୮ଟା ୩୦ ଯାଏଁ ଝଡବର୍ଷା ସହ ବଜ୍ରପାତ ନେଇ ସତର୍କ କରାଯାଇଛି। ଏହାସହିତ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ଅନୁମାନ କରାଯାଇଛି।

କାଳବୈଶାଖୀ ୟେଲୋ ୱାର୍ଣ୍ଣିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026
Latest News

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିଲେ ସରକାର: ମହିଳା ସଂରକ୍ଷଣ ବିଲ୍ ଉପରେ ହେବ ଆଲୋଚନା

April 2, 2026

‘ହର୍ମୁଜ୍’ ପାଇଁ ୩୫ଟି ରାଷ୍ଟ୍ରର ବୈଠକ: ଭାରତକୁ ମଧ୍ୟ ମିଳିଲା ନିମନ୍ତ୍ରଣ

April 2, 2026

‘କର୍ମଯୋଗୀ ସାଧନା ସପ୍ତାହ’ କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.